23
ସଦାପ୍ରଭୁ ମୋର ପ୍ରତିପାଳକ 
ଦାଉଦଙ୍କର ଗୀତ। 
 1 ସଦାପ୍ରଭୁ ମୋହର ପ୍ରତିପାଳକ; 
ମୋହର ଅଭାବ ହେବ ନାହିଁ। 
 2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; 
ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 
 3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, 
ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 
 4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ 
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, 
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 
 5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; 
ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; 
ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 
 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; 
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।