100
ସ୍ତୁତିଗାନ 
ଧନ୍ୟବାଦାର୍ଥକ ଗୀତ। 
 1 ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 
 2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; 
ଗାନ କରି ତାହାଙ୍କ ଛାମୁକୁ ଆସ। 
 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; 
ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; 
ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 
 4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ 
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; 
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 
 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 
ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।