7
 1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। 
ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। 
 2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; 
ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ। 
 3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ। 
 4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; 
ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; 
ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। 
 5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, 
ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; 
ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। 
 6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ! 
 7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ 
ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ। 
 8 ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, 
ମୁଁ ତହିଁର ବାହୁଙ୍ଗା ଧରିବି;” 
ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; 
ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ; 
 9 ତୁମ୍ଭର ମୁଖ* ମୁଖ କିମ୍ବା ଚୁମ୍ବନ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, 
ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, 
ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ† ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ। 
 10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି। 
କନ୍ୟାର ପ୍ରେମ ପ୍ରଦାନ 
 11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; 
ଆମ୍ଭେମାନେ ପଲ୍ଲୀଗ୍ରାମରେ‡ ପଲ୍ଲୀଗ୍ରାମରେ କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ କାଳ କ୍ଷେପଣ କରୁ। 
 12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; 
ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ 
ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; 
ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି। 
 13 ଦୂଦାଫୁଲ ସୁବାସ ଦେଉଅଛି, 
ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, 
ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।