25
ବିଲ୍ଦଦ୍-ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ 
 1 ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, 
 2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; 
ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 
 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? 
କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ? 
 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? 
ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ? 
 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ 
ଓ ତାରାଗଣ ନିର୍ମଳ ନୁହନ୍ତି; 
 6 ତେବେ କୀଟମାତ୍ର ମନୁଷ୍ୟ କʼଣ! 
ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”