7
1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ୱର ତୁଲ୍ୟ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।
2 ତୁମ୍ଭର ଭାଇ ହାରୋଣଙ୍କୁ ମୋର ସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚୟ ଇସ୍ରାଏଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ଯିବାକୁ ଛାଡ଼ି ଦେବ।
3 କିନ୍ତୁ ମୁଁ ଫାରୋଙ୍କ ହୃଦୟ କଠିନ କରିବି। ତା’ପରେ ମିଶର ଦେଶରେ ବହୁତ ଆଶ୍ଚର୍ଯ୍ୟ ଓ ଅଦ୍ଭୂତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବ ନାହିଁ।
4 ତେଣୁ ଏହା ପରେ ମୁଁ ମିଶରକୁ ବହୁତ ଦଣ୍ଡ ଦେବି। ଏବଂ ତା’ପରେ ମୁଁ ମୋର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।
5 ତାହାହେଲେ ମିଶରର ଲୋକମାନେ ଜାଣିବାକୁ ପାଇବେ ଯେ, ମୁଁ ହେଉଛି ସଦାପ୍ରଭୁ। ସେମାନଙ୍କ ବିରୁଦ୍ଧରେ ଯେତେବେଳେ ମୁଁ ହସ୍ତ ପ୍ରସାରଣ କରିବି ଏବଂ ସେମାନଙ୍କ ମଧ୍ୟରୁ ଇସ୍ରାଏଲୀୟ ଲୋକମାନଙ୍କୁ ବାହାର କରି ଆଣିବି।”
6 ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞା ପାଳନ କଲେ।
7 ଫାରୋଙ୍କ ସହିତ କଥାବାର୍ତ୍ତା କଲାବେଳେ ମୋଶାଙ୍କୁ ଅଶୀବର୍ଷ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ହୋଇଥିଲା।
ମୋଶାଙ୍କର ଆଶାବାଡ଼ି ଏକ ସର୍ପ ପାଲଟି ଗଲା
8 ସଦାପ୍ରଭୁ ମୋଶା ଓ ହାରୋଣକୁ କହିଲେ,
9 “ଫାରୋ କହିବ ତୁମ୍ଭମାନଙ୍କର ପ୍ରମାଣ କିଛି ଦେଖାଅ। ସେ ତୁମ୍ଭମାନଙ୍କୁ ଅଦ୍ଭୂତ କର୍ମ ଦେଖାଇବାକୁ କହିବ। ହାରୋଣକୁ କୁହ ତା’ର ଆଶାବାଡ଼ି ଭୂମିରେ ପକାଇବ। ଏହି ଆଶାବାଡ଼ିଟି ଫାରୋଙ୍କ ସମ୍ମୁଖରେ ସର୍ପରେ ପରିଣତ ହେବ।”
10 ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କାର୍ଯ୍ୟମାନ କଲେ। ହାରୋଣ ତାଙ୍କର ଆଶାବାଡ଼ିଟିକୁ ଭୂମିରେ ପକାଇଲେ। ଯେତେବେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଗ୍ଭହିଁଥିଲେ ସେମାନଙ୍କ ସମ୍ମୁଖରେ ଆଶାବାଡ଼ିଟି ସର୍ପରେ ପରିଣତ ହୋଇଗଲା।
11 ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସେମାନେ ମଧ୍ୟ ହାରୋଣଙ୍କ ପରି ତାଙ୍କ ଗୁପ୍ତ ଯାଦୁ ବିଦ୍ୟା ପ୍ରୟୋଗ କରି ଆଶାବାଡ଼ିକୁ ସର୍ପରେ ପରିଣତ କରି ଦେଲେ।
12 ସେମାନେ ତାଙ୍କର ଆଶାବାଡ଼ିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ତାଙ୍କର ଆଶାବାଡ଼ି ସର୍ପରେ ପରିଣତ ହୋଇଗଲା। କିନ୍ତୁ ହାରୋଣଙ୍କର ଆଶାବାଡ଼ି ତାଙ୍କର ସମସ୍ତଙ୍କୁ ଖାଇଗଲା।
13 ତଥାପି ଫାରୋ କଠିନ ହେଲେ ଲୋକମାନଙ୍କୁ ଯିବାକୁ ଅନୁମତି ଦେଲେ ନାହିଁ। ଏହା ସେହିପରି ହୋଇଥିଲା ଯେପରି ସଦାପ୍ରଭୁ ହେବ ବୋଲି କହିଥିଲେ। ଫାରୋ ମୋଶା ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।
ଜଳ ରକ୍ତରେ ପରିଣତ ହେଲା
14 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।
15 ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା।
16 ତାଙ୍କୁ ଏହା କୁହ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡ଼ିଦେବା ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମୋତେ ପଠାଇଛନ୍ତି। ସେମାନେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ଯ୍ୟନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ।
17 ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥିରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀରେ ଜଳକୁ ମୋର ଆଶାବାଡ଼ିରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତ୍ତେ ରକ୍ତ ପ୍ରବାହୀତ ହେବ।
18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’”
19 ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା’ର ଆଶାବାଡ଼ିକୁ ହାତରେ ଧରି ଏବଂ ଜଳଧାରଗୁଡ଼ିକୁ ଯଥା ନଦୀ, ହ୍ରଦ ଓ କେନାଲ ଯେଉଁଠାରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତେବେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ରରେ ଥିବା ଜଳସବୁ ରକ୍ତରେ ପରିଣତ ହେଲା।”
20 ତେଣୁ ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁସାରେ କାର୍ଯ୍ୟ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ୱାରା ନୀଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଗ୍ଭରୀମାନଙ୍କ ସମ୍ମୁଖରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତରେ ପରିଣତ ହୋଇଗଲା।
21 ନଦୀର ମତ୍ସ୍ୟମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ଯୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନ ଥିଲେ। ମିଶରର ସବୁଆଡ଼େ ଜଳଭାଗ ରକ୍ତରେ ପରିଣତ ହୋଇଗଲା।
22 ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ଯାଦୁବିଦ୍ୟା ପ୍ରୟୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି କଠିନ ହେଲେ ହୃଦୟ କଠିନ କଲେ ଏବଂ ସେ ସେମାନଙ୍କର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସାରେ ଘଟିଲା।
23 ଫାରୋ ମୋଶା ଏବଂ ହାରୋଣଙ୍କର କାର୍ଯ୍ୟରେ ଧ୍ୟାନ ନ ଦେଇ ଗୃହକୁ ଫେରିଗଲେ।
24 ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରି ନ ଥିଲେ। ତେଣୁ ସେମାନେ ନଦୀମାନଙ୍କରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।
ବେଙ୍ଗଗୁଡ଼ିକ
25 ସଦାପ୍ରଭୁ ନୀଳନଦୀରୁ ଜଳକୁ ସାତ ଦିନ ପରେ ପରିବର୍ତ୍ତନ କଲେ।