35
ଦାଉଦଙ୍କର ଗୀତ
1 ସଦାପ୍ରଭୁ ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
2 ସଦାପ୍ରଭୁ ତୁମ୍ଭେ ଢାଲ ଓ ସାଞ୍ଜୁ ଉଠାଅ।
ଜାଗ୍ରତ ହୁଅ, ମୋର ସହାୟ ହୁଅ।
3 ଏକ ବର୍ଚ୍ଛା ଓ କୁନ୍ତ ଧର
ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”
4 କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
ସେମାନଙ୍କୁ ଘଉଡ଼ାଇ ଦିଅ।
ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
5 ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
6 ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
8 ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
9 ତା’ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା’ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା’ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକରେ ପ୍ରତୀକ ଅଟେ।
ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।
17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
ସେମାନେ ସିଂହ ତୁଲ୍ୟ ଅଟନ୍ତି।
18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ।
ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ’ଠାରୁ ଭଲ।
ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”
28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।